ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସରିବ ପ୍ରଚାର
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର । ଯାହାକୁ ନେଇ ତତ୍ପର ରାଜନୈତିକ ଦଳ
(ଭୁବନେଶ୍ୱର) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟା ୭ଟାରେ ସରିବ ପ୍ରଚାର । ଯାହାକୁ ନେଇ ତତ୍ପର ରାଜନୈତିକ ଦଳ । ପଂଚାୟତ ନିର୍ବାଚନ ପାଇଁ ମୋଟ୍ ୫ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହେବ । ଏହାପରେ ତିନି ଦିନ ଧରି ୨୬, ୨୭ ଓ ୨୮ରେ ବ୍ଳକ୍ ହେଡକ୍ୱାଟରଗୁଡ଼ିକରେ ଗଣତି ହେବ ।
ସୂଚନାନୁଯାୟୀ , ଆସନ୍ତା ୧୬ ତାରିଖରେ ହେଉଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭୧ଟି ବ୍ଲକ୍ର ୨୦୦ ଜିଲ୍ଲା ପରିଷଦ ଜୋନ୍ରେ ମତଦାନ ହେବ । ଉକ୍ତ ଦିନ ୨୨ ହଜାର ୩୭୯ଟି ଓ୍ୱାର୍ଡ ଓ ୧୬ ଶହ ୬୯ଟି ପଂଚାୟତରେ ଭୋଟ୍ ଗ୍ରହଣ କରାଯିବ । ଯେଉଁଥିରେ ସାମିଲ ହେବେ ୬୭ ଲକ୍ଷ ୫୧ ହଜାର ଭୋଟର । ଏଥିଲାଗି ଆଜି ୧୧ଟି ଜିଲ୍ଲା ଏବଂ ୧୫ ତାରିଖରେ ୧୯ଟି ଜିଲ୍ଲାକୁ ଯିବେ ପୋଲିଂ ପାର୍ଟି ।