ପୌର ନିର୍ବାଚନ ପାଇଁ ମାର୍ଚ୍ଚ ୨୨ରୁ ୨୪ ପରୀକ୍ଷା ବନ୍ଦ
ଚିଠି ଲେଖି ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଜଣାଇଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଆସନ୍ତା ମାର୍ଚ୍ଚ ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ +୩ ଓ ବିଶ୍ଵବିଦ୍ୟାଳୟ ପରୀକ୍ଷା ବନ୍ଦ । କଲେଜମାନଙ୍କରେ ପୋଲିଂ ବୁଥ ବ୍ୟବସ୍ଥା ହୋଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି ।ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷ ମାନଙ୍କୁ ଚିଠି ଲେଖି ଜଣାଇଛି ବିଭାଗ । ଚିଠି ଲେଖି ପରୀକ୍ଷା ବନ୍ଦ ନେଇ ଜଣାଇବା ପରେ ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ହେବାକୁ ଥିବା ପରୀକ୍ଷା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି ।
ସୂଚନା ଅନୁଯାୟୀ, ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବା ସମୟରେ ଯୁକ୍ତ ୩ ଓ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ଥିବାରୁ ଏହି ଭଳି ନିଷ୍ପତ୍ତି ନିଆଯାଇଛି ।