ରାଜ୍ୟର ପ୍ରଥମ ବହୁତଳ କାର୍ ପାର୍କିଂ ଉଦଘାଟିତ

ଭୁବନେଶ୍ୱର : ଦୀର୍ଘ ଦିନର ପତିକ୍ଷାର ଅନ୍ତ ଘଟିଛି । ଶୁକ୍ର ବାର ଦିନରାଜ୍ୟର ପ୍ରଥମ ବହୁତଳ କାର୍ ପାର୍କିଂ ଉଦଘାଟିତ ହୋଇଯାଇଛି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ନନ୍ଦନକାନନଠାରେ ୩୫୪୨.୭୯ ଲକ୍ଷ ଟଙ୍କାରେ ନିର୍ମିତ ତିନିମହଲାବିଶିଷ୍ଟ ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି । ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହନ ଭିଡ଼ କମିବା ସହ ଟ୍ରାଫିକ୍‌ ସମସ୍ୟାର ସମାଧାନ ହୋଇପାରିବ ଏହି ପାର୍କି ନିର୍ମାଣ କରାଯାଇଛି ।ପ୍ରତ୍ୟେକ ମହଲା ୫୬୦୦ ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ଓ ତଳେ ୨ ହଜାର ଦୁଇଚକିଆ ଯାନ ରହିପାରିବ ବୋଲି ସୂଚନା ମିଳିଛି । ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତରର ବିଧାୟକ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।