ଭୁବନେଶ୍ୱର:କୃଷିମନ୍ତ୍ରୀ ଭାବେ ଶପଥ ପାଠ କରିଲେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପୂର୍ବରୁ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇ ସମବାୟ ଦାୟିତ୍ୱ ତୁଲାଇଥିବା ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପୁଣି ଥରେ କ୍ୟାବିନେଟରେ ସାମିଲ କରିଛନ୍ତି ନବୀନ ।କିନ୍ତୁ ଏବେ ତାଙ୍କୁ କୃଷିମନ୍ତ୍ରୀ ଭାବେ ଦାୟିତ୍ୱ ଦିଆଯଅଇଛି । ଲୋକସେବା ଭବନର କନଭେକ୍ସନ ହଲରେ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ।