ଗତ ୨୪ ଘଣ୍ଟାରେ ରାଜ୍ୟରୁ  ୨୩ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ  ୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ସଂଖ୍ୟା :-

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୦୨୧୪୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୩୫୧ଜଣ ସୁସ୍ଥ ହୋଇଛନ୍ତି ।