ଆଜିଠୁ ଖୋଲୁଛି ରାଜ୍ୟର ସମସ୍ତ ସ୍କୁଲ

୧୧ ଦିନିଆ ଖରା ଛୁଟି ପରେ ଆଜି ଖୋଲୁଛି ରାଜ୍ୟର ସମସ୍ତ ସ୍କୁଲ।

(ଭୁବନେଶ୍ୱର) : ୧୧ ଦିନିଆ ଖରା ଛୁଟି ପରେ ଆଜି ଖୋଲୁଛି ରାଜ୍ୟର ସମସ୍ତ ସ୍କୁଲ। ପୁଣି ଶ୍ରେଣୀଗୃହରେ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହେବ ବୋଲି ସମସ୍ତଙ୍କ ମନରେ ଖୁସିର ଲହରୀ ଖେଳିଯାଉଛି । ଦିନ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ। ତେବେ ସକାଳ ୧୦ଟାରୁ ପୂର୍ବ ଭଳି କ୍ଲାସ୍ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠ ପଢ଼ାହେବ। ସ୍ୱାଭାବିକ କ୍ଲାସ୍ ଚାଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି।

 

ସ୍କୁଲ ସହ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଆଜିଠାରୁ ହିଁ ଖୋଲୁଛି। ସକାଳ ୧୦ଟାରୁ ପୂର୍ବ ଭଳି କ୍ଲାସ୍ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠ ପଢ଼ାହେବ । ଆଜି ପ୍ରଥମ ଦିନରେ ପ୍ରଧାନ ଶିକ୍ଷକମାନେ ସମସ୍ତ ଶିକ୍ଷକଙ୍କ ସହ ବୈଠକ କରି ଟାଇମ୍ ଟେବୁଲ, ଲେସନ୍ ଚାର୍ଟ ଆଦି ପ୍ରସ୍ତୁତ କରିବେ। ପିଲାଙ୍କ ପଢା ଓ ପରୀକ୍ଷା ଶେଷ ହୋଇନଥିବାରୁ ଠିକ୍ ସମୟରେ ପିଲାଙ୍କ ପାଠ ପଢା ସାରି ପରୀକ୍ଷା କରିବା ପାଇଁ ବିଭାଗ ପଦକ୍ଷେପ ନେଇଛି।