ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩୧ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର ।

(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମିଟର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୧୯୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରୁ ସଂକ୍ରମିତ ସଂଖ୍ୟା :-

 

ଶନିବାର ପୁଣି ୨୦୦ ଶହ ଟପିଲା ଦୈନିକ ସଂକ୍ରମଣ। ୧୮ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଆକ୍ରାନ୍ତ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨୧୧୧୧୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

ସୂଚନାନୁଯାୟୀ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୧୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୯୭୮ ଜଣ ସୁସ୍ଥ ହୋଇଛନ୍ତି ।