କଟକ:ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ।ଚଳିତ ବର୍ଷ ପାସ୍ ହାର ୯୦.୫୫% ରହିଛି ।ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ଜଣ ପାସ୍ କରିଛନ୍ତି । କଟକ ବୋର୍ଡ କାର୍ୟ୍ୟାଳୟରେ ଆନୁଷ୍ଠାନିକ ଭାବେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଫଳାଫଳ ଘୋଷଣା କରିଛନ୍ତି ।ପାସ୍ ହାରରେ ପୁଅଙ୍କୁ ପଛରେ ପକାଇ ଦେଇଛନ୍ତି ଝିଅ। ୨, ୬୦, ୯୭୦ ଜଣ ଝିଅ ପାସ୍ କରିଥିବା ବେଳେ ୨, ୫୬, ୮୭୭ ଜଣ ପୁଅ ପାସ କରିଛନ୍ତି। ଅନ୍ୟପକ୍ଷରେ ମୋଟ ପାସ୍ ହାର ୯୦.୫୫% ରହିଛି।ଇ୧ରେ ୮୧୧୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଇ୨ରେ ପାସ୍ କରିଛନ୍ତି ୫୪, ୮୮୯ ପିଲା ।ରାଜ୍ୟର ୩ଟି ସ୍କୁଲରେ କୌଣସି ପିଲା ପାସ୍ କରି ନାହାନ୍ତି। ଅର୍ଥାତ ଶୂନ ରେଜଲ୍ଟ ହୋଇଛି। ସେଥିମଧ୍ୟରେ ମାଲକାନଗିରିର ୨ଟି ଓ ଅନୁଗୁଳର ଗୋଟିଏ ସ୍କୁଲ ଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମାଲକାନଗିରିର ୨ଟି ସ୍କୁଲରେ ମୋଟ ୨ଟି ପିଲା ପଢୁଥିବା ବେଳେ ଅନୁଗୁଳର ଉକ୍ତ ସ୍କୁଲରେ ମଧ୍ୟ ୨ଜଣ ପିଲା ପଢୁଥିଲେ ବୋଲି କହିଛନ୍ତି।ଆଜି ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍ରୁ ଜାଣିପାରିବେ ।