ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୫୦୦ ପାର୍, ଖୋର୍ଦ୍ଧାରୁ ସର୍ବାଧିକ ୨୦୦ ଜଣ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦ ଉପରେ ରହିଛି। ଗତକାଲି ୫୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୫୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୧୧୦, ସୁନ୍ଦରଗଡ଼ରୁ ୪୯, ପୁରୀରୁ ୧୪, ଯାଜପୁରରୁ ୯, ନୟାଗଡ଼ରୁ ୯, ଜଗତସିଂହପୁରରୁ ୯, ସମ୍ବଲପୁରରୁ ୮, ମୟୂରଭଞ୍ଜରୁ ୭, ଭଦ୍ରକରୁ ୭, କେନ୍ଦ୍ରାପଡ଼ାରୁ ୬, କଳାହାଣ୍ଡିରୁ ୬, ବାଲେଶ୍ବରରୁ ୫, ନୂଆପଡ଼ାରୁ ୪, ଗଜପତିରୁ ୪, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, କନ୍ଧମାଳ, କୋରାପୁଟ,ବରଗଡ଼, ବୌଦ୍ଧରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗିର ଓ ସୋନପୁରରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁରୁଷ ଚିହ୍ନଟ ହୋଇଛନ୍ତି ୪୧ ଆକ୍ରାନ୍ତ ।
ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୫୮୫କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୨ ଲକ୍ଷ ୮୧ ହଜାର ୮୬୬ । ଏବେ ୩ ହଜାର ୫୩୯ ଜଣ ରୋଗୀ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।