ଅପରାହ୍ନ ୫: ୩୦ରେ ମୁଖ୍ୟମନ୍ତ୍ରୀ ନେଇ ପାରନ୍ତି ବଡ଼ ନିଷ୍ପତ୍ତି !

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମଣର ମାତ୍ରା । ଏହାକୁ ଦୃଷ୍ଟିରେ ରଖି ଆଜି ଆସିପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ଆଜି ସାରା ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ୫: ୩୦ରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟ ସଚିବ, ଉନ୍ନୟନ କମିଶନର,ସ୍ୱାସ୍ଥ୍ୟ ସଚିବ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ତେବେ ଆଜିର ବୈଠକରେ ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ବୋଲି ଅନୁମାନ କରାଯାଉଛି ।

ଅନ୍ୟପକ୍ଷେ, ରାଜ୍ୟରେ ଧିରେ ଧିରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ରେଡ ଜୋନରେ ରହିଛି ଖୋର୍ଦ୍ଧା, ପୁରୀ ଓ କଟକ ଜିଲ୍ଲା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତଥା ବିଏମସି ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରିଛନ୍ତି । ବିଭିନ୍ନ ସ୍ଥାନରେ ବିଶେଷ କରି ଗହଳି ସ୍ଥାନ ମାନଙ୍କରେ ସାମାଜିକ ଦୂରତା ନିୟମକୁ ପାଳନ କରିବାକୁ ମଧ୍ୟ ପରାମର୍ଶ ଦିଆଯାଉଛି । ଏମିତିକି ସ୍କୁଲ ପରିସରରେ ମଧ୍ୟ ମାସ୍କ ବାଧ୍ୟତାମୂଳକ କରାଯାଇଛି । ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଟୀକାକରଣ ପାଇଁ ବ୍ୟବସ୍ଥା ମଧ୍ୟ କରାଯାଉଛି । ତେବେ ରାଜ୍ୟରେ ଏବେ ସଂକ୍ରମଣ ଉପରମୁହାଁ ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ତଥା ସଂକ୍ରମଣ ବୃଦ୍ଧି ରୋକ ପାଇଁ କଡ଼ା ନିଷ୍ପତ୍ତି ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।