ରାଜ୍ଯରେ ୨୪ ଘଣ୍ଟାରେ ୧୧ଶହ ୭୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଲଗାତାର ୩ ଦିନ ଧରି ୧ହଜାର ଉପରେ ଦୈନିକ ସଂକ୍ରମଣ ରହିଥିବା ବେଳେ ୨୪ ଘଣ୍ଟାରେ ୧୧୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ରାଜ୍ୟର ୨୯ଟି ଜିଲ୍ଲାରୁ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ଗୋଟିଏ ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨ ଜଣ ଚିହ୍ନଟ ହୋଇଛନ୍ତି।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୧୮ ଜଣ, ବରଗଡ଼ରୁ ୩୧, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୧୧ଜଣ, ବୌଦ୍ଧରୁ ୧୯ ଜଣ, କଟକରୁ ୧୦୪ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦୁଝରରୁ ୧୨, ଖୋର୍ଦ୍ଧା ଜିଲ୍ଲାରୁ ୨୫୨, କୋରାପୁଟ ଜିଲ୍ଲାରୁ ୧୩ ଜଣ, ମୟୂରଭଞ୍ଜରୁ ୯୭ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୩୦ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୨୩ ଜଣ, ସମ୍ବଲପୁରରୁ ୧୧୧ ଜଣ, ସୋନପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୯୪ ଜଣ ଓ ଷ୍ଟେଟପୁଲରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

କ୍ୱାରେଣ୍ଟିନରୁ ୬୯୦ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି ୪୮୮ । ୧୮ ବର୍ଷ ଭିତରେ ଆଉ ୧୪୬ ଜଣ ସଂକ୍ରମିତ ହୋଇଛନ୍ତି ।ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୨୫୨ ପଜିଟିଭ୍‌ । । ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୪, ୩୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୭, ୯୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୨୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।