ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୬୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୧୧୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୫, ୪୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୮, ୯୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୩୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।