ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଆସନ୍ତା ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ୧୯ ତାରିଖରେ ୧୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଜିଲ୍ଲା ଅଧିକ ପ୍ରଭାବିତ ହେବା ସମ୍ଭାବନା ରହିଛି।
ସକ୍ରିୟ ଲଘୁଚାପ ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ସକ୍ରିୟ ରହିଛି | ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତ ରେ ପରିଣତ ହେବା ସମ୍ଭାବନା ସହ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ pic.twitter.com/Z4xyr7PSqA
— Meteorological Centre, Bhubaneswar (@mcbbsr) August 18, 2022