ରାଜ୍ୟରେ ଆଜି ୩୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ଗତକାଲି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୩୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ ମଧ୍ୟରେ ୫୮ ଜଣ ଅଛନ୍ତି। ସଂଗରୋଧ କେନ୍ଦ୍ରରୁ ୨୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୨୪୪୫୪ରେ ପହଞ୍ଚିଛି। ରାଜ୍ୟରେ ଏବେ ସୁଦ୍ଧା ୧୩୧୨୪୪୯ ଜଣ ସୁସ୍ଥ ହୋଇ ସାରିଛନ୍ତି । ‌ଏବେ ବି ସକ୍ରିୟ ଅଛନ୍ତି ୨୭୯୧ ଜଣ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।