ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୨୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ସଂଖ୍ୟା ଟିକେ କମିଛି । ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୭୨୫ କରୋନା ଆକ୍ରାନ୍ତ ଚିହ୍ନଟ ଓ ୩୬ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୭୨୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୩,୭୮,୯୨୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୭,୪୮୮ରେ ପହଞ୍ଚିଛ। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩,୦୮୪ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୩୭,୫୭,୩୮୫। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୦୪୭ ଥିବା ରେକର୍ଡ କରାଯାଇଛି।