ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ ; କେନ୍ଦ୍ରରେ ମୀନା, ପଞ୍ଚାୟତିରାଜ ଦାୟିତ୍ୱ ଲୋହାନୀ

ଭୁବନେଶ୍ୱର : ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି । ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ,୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଶ୍ରୀ ସିଂ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଶ୍ରୀ ସିଂ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ଲୋହାନୀ ଆପେ ଆପେ ଏହି ପଦରୁ ଅବ୍ୟାହତ ନେଇଯିବେ ।

ସେହିପରି ଅନ୍ୟପଟେ , ୧୯୯୫ ବ୍ୟାଚ୍‌ ଆଇଏଏସ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନ୍ୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶ୍ରୀ ଲୋହାନୀ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ୟ୍ୟ ତୁଲାଉଛନ୍ତି । ଏଥିସହ ଅବାକାରୀ ବିଭାଗର ସଚିବ ପଦ ମଧ୍ୟ ତାଙ୍କ ପାଖରେ ରହିଛି।