ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡି଼ଶା ଆଦର୍ଶ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଦଶମ, ଦ୍ୱାଦଶ ଓ ଜେଇରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ୩ଟି ବିଭାଗରେ ବିଭକ୍ତ କରାଯାଇଥିବା ୟଙ୍ଗ ଚାମ୍ପିୟନଙ୍କ ସଫଳତାର ଷ୍ଟୋରୀ ଷ୍ଟୋରୀ ମୁଖ୍ୟମନ୍ତ୍ରୀ ଶୁଣିଛନ୍ତି। ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଜେଇ ମେନରେ କୃତକାର୍ଯ୍ୟ ହୋଇଥିବା ୧୦ ଛାତ୍ରଛାତ୍ରୀ, ଦ୍ୱାଦଶ ଶ୍ରେଣୀରେ ୯୫ ପ୍ରତିଶତ ଉପରେ ରଖିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ଦଶମ ଶ୍ରେଣୀରେ ସର୍ବାଧିକ ନମ୍ବର ରଖି କୃତ କାର୍ଯ୍ୟ ହୋଇଥିବା ଦୁଇ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବ ଭିକେ ପାଣ୍ଡିଆନ ଭାବ ବିନିମୟ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ସମେତ ୫-ଟି ସଚିବ ଭିକେ ପାଣ୍ଡିଆନ, ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବହୁ ଉଚ୍ଚ ପଦାଧିକାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।