ରାହୁଲ୍ ଗାନ୍ଧୀ ଓ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହ୍ଲଟ୍ଙ୍କୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ
କୋଭିଡ୍ ନିୟମ ମାନନ୍ତୁ ନଚେତ ‘ଭାରତ ଯୋଡ଼ୋ ଯାତ୍ରା’ ବାତିଲ କରନ୍ତୁ ; କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭୀୟ
ନୂଆଦିଲ୍ଲୀ: ରାହୁଲ୍ ଗାନ୍ଧୀ ଓ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହ୍ଲଟ୍ଙ୍କୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମଣ୍ଡାଭୀୟ | କୋଭିଡ୍ ନିୟମ ମାନନ୍ତୁ ନଚେତ ‘ଭାରତ ଯୋଡ଼ୋ ଯାତ୍ରା’ ବାତିଲ କରନ୍ତୁ ବୋଲି ଜଣାଇ ମଙ୍ଗଳବାର ଦିନ ଏହି ଚିଠି ଦେଇଛନ୍ତି | ଚୀନ୍ରେ କୋଭିଡ୍ ସଂକ୍ରମଣ ମାମଲା ଦ୍ରୁତ ବେଗରେ ବ୍ୟାପୁଥିବାରୁ ସ୍ବାସ୍ଥ୍ୟମନ୍ତ୍ରୀ ଆମ ଦେଶର ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଉକ୍ତ ପତ୍ର ଲେଖିଛନ୍ତି। ଯାତ୍ରା ସମୟରେ ମାସ୍କ ଓ ସାନିଟାଇଜର୍ ବ୍ୟବହାର ଉପରେ ସ୍ବାସ୍ଥ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିବା ସହିତ କହିଛନ୍ତି ଯେ, କେବଳ ଟିକା ନେଇଥିବା ଲୋକେ ଯାତ୍ରାରେ ଭାଗ ନେବା ଉଚିତ। କୋଭିଡ୍ ନିୟମ ମାନନ୍ତୁ ନତୁବା ଯାତ୍ରା ବାତିଲ କରନ୍ତୁ।