ଆଜି ୭୪ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ବର : ଆଜି ୭୪ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ | ୧୯୫୦ ମସିହା ଜାନୁଆରୀ ୨୬ ତାରିଖ ଆଜିର ଦିନରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହୋଇଥିଲା । ଏହାସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଯାହାକୁ ଭାରତବର୍ଷ ସାଧାରଣତନ୍ତ୍ର ଦିବସ ରୂପେ ଏହି ଦିନକୁ ପାଳନ କରିଆସୁଛି । ଏହି ଅବସରରେ ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି । ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।ସେହିପରି ଦିଲ୍ଲୀ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେବ ନାରୀ ଶକ୍ତି । ବିଏସଏଫ କଣ୍ଟିଜେଣ୍ଟରେ ସାମିଲ ହେବେ ମହିଳା ଯବାନ। ନାଭାଲ କଣ୍ଟିଜେଣ୍ଟର ଲିଡ୍ ନେବେ ମହିଳା ଅଫିସର। ଆତ୍ମନିର୍ଭର ଭାରତକୁ ଫୋକସ କରାଯାଇଛି। ସ୍ବଦେଶ ଜ୍ଞାନ କୌଶଳରେ ପ୍ରସ୍ତୁତ ଯୁଦ୍ଧାସ୍ତ୍ର ପ୍ରଦର୍ଶନ କରାଯିବ । ସେହିପରି ଡିଜିପି ସାଧାରତନ୍ତ୍ର ଦିବସ ର ଅନେକ ଅନେକ ଶୁଭେଚ୍ଛା ବୋଲି ନିଜ ଟ୍ୱିଟର ଆକାଉଣ୍ଟରୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |