ନବ ଦାସଙ୍କ ପରିବାରକୁ ଭେଟି ସାନ୍ତ୍ୱନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝରସୁଗୁଡା : ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପରିବାରକୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନବ ଦାସଙ୍କ ପୁଅ ବିଶାଳ ଦାସ ଓ ଝିଅ ଦୀପାଳୀ ଦାସଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଧର୍ମେନ୍ଦ୍ର । ସାଂସଦ ସୁରେଶ ପୂଜାରୀ, ରେଂଗାଲୀ ବିଧାୟକ ନାଉରୀ ନାୟକ ଓ ବିଜେପି ନେତ୍ରୀ ରାଧାରାଣୀ ପଣ୍ଡା ମଧ୍ୟ ବିଶାଳ ଓ ଦୀପାଳୀଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ଦୁଃଖ ସମୟରେ ଧୈର୍ଯ୍ୟ ଧରିବାକୁ କହିଛନ୍ତି ଧର୍ମେନ୍ଦ୍ର । ସେହିପରି ବ୍ରଜରାଜନଗରର ଦିବଙ୍ଗତ ବିଧାୟକ କିଶୋର ମହାନ୍ତିଙ୍କ ପରିବାର ତଥା ବର୍ତମାନର ବିଧାୟିକା ଅଳକା ମହାନ୍ତିଙ୍କୁ ମଧ୍ୟ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ । ୨୦୨୧ ଡିସେମ୍ବର ୩୦ରେ କିଶୋର ମହାନ୍ତିଙ୍କର ଦେହାନ୍ତ ହୋଇଥିଲା । ତାପରେ ହୋଇଥିବା ଉପନିର୍ବାଚନରେ ତାଙ୍କ ପତ୍ନୀ ବିଧାୟିକା ଭାବେ ନିର୍ବାଚିତ ହୋଇଛନ୍ତି ।