ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କ୍ଷେତ୍ର ପରିଦର୍ଶନ ଓ ସମୀକ୍ଷା

ପୁରୀ/ଜୟନ୍ତ କୁମାର ସେଠି : ଚଳିତ ମାସ ୨୩ ତାରିଖରେ ସୁଆଣ୍ଡୋ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ସହ ଗୋପବନ୍ଧୁ ସଂଗ୍ରାହାଳୟ ଓ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏହାକୁ ସୁଚାରୁ ରୁପେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ କ୍ଷେତ୍ର ପରିଦର୍ଶନ ଓ ଅଗ୍ରଗତି ଅନୁଧ୍ୟାନ କରାଯାଇଥିଲା। ଏଥିରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ, ସଂସ୍କୃତି ବିଭାଗର ଅତିରିକ୍ତ ସଚିବ ମଧୁସୂଦନ ଦାସ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଉପଜିଲ୍ଲାପାଳ ଭବତାରଣ ସାହୁ, ସଂସ୍କୃତି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା, ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ ଅଜିତ କୁମାର ମହାପାତ୍ର, ପ୍ରମୁଖ ଯୋଗ ଦେଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।

ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ, ସଭାମଞ ବ୍ୟବସ୍ଥା, ଆଇନ ଶୃଙ୍ଖଳା ରକ୍ଷା, ପାର୍କିଂ ବ୍ୟବସ୍ଥା, ଗମନାଗମନ, ଅସ୍ଥାୟୀ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯିବା ସହ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ଏଥିରେ ସ୍ଥାନୀୟ ବିଡ଼ିଓ ଲୋଚନ ଦାସ, ତହସିଲଦାର ଜୟନ୍ତ ଜୟ ସିଂ, ଆଇଆଇସି ବିଜୟ କାନ୍ତ ବେହେରା, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରଘୁନାଥ ସେଠୀ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।