ନୂଆଦିଲ୍ଲୀ : ଅସୁସ୍ଥ ହେଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ଅସୁସ୍ଥ ହୋଇ ମେଡିକାଲରେ ଭତ୍ତି ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୂଶାରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ‘ସାର୍ ଗଙ୍ଗା ରାମ୍ ହସ୍ପିଟାଲ୍’ରେ ଭର୍ତ୍ତି କରାଯାଇଛି । କୁହାଯାଉଛି ଯେ, ତାଙ୍କ ଛାତିରେ ସଂକ୍ରମଣ ହୋଇଛି । ତେବେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ଡାକ୍ତରଖାନା ପକ୍ଷରୁ ସୂଚନା ଦେଇଛି ଯେ, ଚେଷ୍ଟ୍ ମେଡିସିନ୍ ବିଭାଗର ବରିଷ୍ଠ ଚିକିତ୍ସକ ଡାକ୍ତର ଅରୂପ ବସୁ ଓ ତାଙ୍କ ଟିମ୍ ସୋନିଆ ଗାନ୍ଧୀଙ୍କ ଚିକିତ୍ସା କରୁଛନ୍ତି । ଜ୍ୱରରେ ପୀଡ଼ିତ ହେବାରୁ ମାର୍ଚ୍ଚ ୨ ତାରିଖରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଚିକିତ୍ସା ଚାଲିଛି ଏବଂ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ।