ଭୁବନେଶ୍ୱର: କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ 55 ପ୍ରସଙ୍ଗରେ ଚିଠି। 2017ରୁ ଏ ରାସ୍ତା କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି। 5 ବର୍ଷ ବିତି ଯାଇଥିଲେ ମଧ୍ୟ ଏ କାର୍ଯ୍ୟ ସରୁନି। ଏହାକୁ ନେଇ ଚିଠିରେ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ରାଜପଥ 55 ପଶ୍ଚିମ ଓଡିଶାର ଜୀବନରେଖା। ଲକ୍ଷ ଲକ୍ଷ ଲୋକ ରାସ୍ତା ଉପରେ ନିର୍ଭର କରୁଛନ୍ତି। ଦୁଇ ବର୍ଷ ମଧ୍ୟରେ 399ଟି ଏ ଜାତୀୟ ରାଜପଥରେ ଦୁର୍ଘଟଣା ଘଟିଛି। ସେଥିରେ 196 ଜଣଙ୍କର ଜୀବନ ଯାଇଛି। ହସ୍ତକ୍ଷେପ କରି ଏ ରାସ୍ତା କାମ ତୁରନ୍ତ ସାରିବା ପାଇଁ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ।