ପଶ୍ଚିମ ଓଡ଼ିଶା ସମେତ ୧୪ଟି ଜିଲ୍ଲାରେ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ

ଭୁବନେଶ୍ବର:ସମ୍ବଲପୁର ହିଂସାକାଣ୍ଡ ନେଇ ଆଜି ପଶ୍ଚିମ ଓଡ଼ିଶା ସମେତ ୧୪ଟି ଜିଲ୍ଲାରେ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ । ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ନେଇ ବିଶ୍ୱ ହିନ୍ଦୁ ପରିଷଦର ପଶ୍ଚିମ ପ୍ରାନ୍ତ ଶାଖା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବାଜାର ବନ୍ଦ ରଖିବା ସହ ଗାଡ଼ିମଟର ବନ୍ଦ ରଖିବାକୁ ଆହ୍ୱାନ ଦିଆଯାଇଛି । ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲା ସମେତ କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ଏହି ବନ୍ଦ ପାଳନ କରାଯିବ । ବିଶ୍ୱ ହିନ୍ଦୁ ପରିଷଦର ଏହି ବନ୍ଦ ଡକରାକୁ ସମର୍ଥନ ଜଣାଇଛି ଭାରତୀୟ ଜନତା ପାର୍ଟି ।