ସିମକାର୍ଡ଼ ପାକିସ୍ତାନ ଲିଙ୍କ ମାମଲା; ତଦନ୍ତ ଆରମ୍ଭ କଲା ଏସଟିଏଫ

ଓଡ଼ିଶା ସିମକାର୍ଡ଼ର ପାକିସ୍ତାନ ଲିଙ୍କ ନେଇ ତଥ୍ୟ ପାଇବା ପରେ ତଦନ୍ତ ଆରମ୍ଭ କରିଛି ସ୍ପେଶାଲ ଟାସ୍କ ଫୋର୍ସ । ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ପଠାଣୀ ସାମନ୍ତ ଲେଙ୍କାଙ୍କ ବିରୋଧରେ ଦେଶଦ୍ରୋହ ଅପରାଧ ଦଫା ଲାଗିବ ବୋଲି ସୂଚନା ରହିଛି । ଆସନ୍ତା କାଲିଠାରୁ ପଠାଣି ସାମନ୍ତ ଲେଙ୍କାକୁ ୫ ଦିନିଆ ରିମାଣ୍ଡରେ ନେଇ ଆତଙ୍କୀ ଲିଙ୍କ ବାବାଦରେ ଖୋଳତାଡ କରିବ ଏସଟିଏଫ୍ । ସୂଚନା ମୁତାବକ, ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ, ଓ ପଶ୍ଚିମବଙ୍ଗରେ ଥିବା ଆଇଏସଆଇ ଏଜେଣ୍ଟଙ୍କ ସମ୍ପର୍କରେ ଥିଲା ପଠାଣୀ ସାମନ୍ତ । ତେବେ ଅତଙ୍କବାଦୀଙ୍କ ସହ ଲିଙ୍କ ରଖିବାକୁ କେଉଁ କେଉଁ ଅଞ୍ଚଳରୁ ସିମକାର୍ଡ କିଣାହୋଇଥିଲା ସେ ନେଇ ତଦନ୍ତ ଚାଲିଛି । ପୂର୍ବରୁ ପଠାଣୀଙ୍କ ବିରୋଧରେ ଅଫିସିଆଲ ଡାଟା ଲିକ୍ ନେଇ ଜଲପାଇଗୁଡି ଥାନାରେ ଅଭିଯୋଗ ରହିଛି ।