ଭୁବନେଶ୍ୱର: ଗ୍ରୀଷ୍ମପ୍ରବାହ ଯେଗୁ ଅସହ୍ୟ ଗରମ ଗୁଳୁଗୁଳିର ତତଲା ତାୱରେ ଭାଜି ହେଉଛି ସାରା ରାଜ୍ୟ । ଗରମ ଗୁଳୁଗୁଳି ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ।ଦିନରେ ତାପମାତ୍ରା କୌଣସି ପରିବର୍ତ୍ତନ ହେବାର ସଂଭାବନା ନାହିଁ । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ । ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆସନ୍ତା ୪ଦିନ ରାଜ୍ୟର କିଛି ସ୍ଥାନରେ ବିଜୁଳି,ଘଡ଼ଘଡ଼ି ସହ କାଳବୌଶାଖୀ ବର୍ଷା ହୋଇପାରେ ।

ପାଣିପାଗ ବିଭାଗ ପକ୍ଷରୁ ସୂଚନା ହୋଇଛି ଯେ ଆସନ୍ତା ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୩ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ଓ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ଗଜପତି. ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି।