କଲେଜ ପିଲାଙ୍କୁ ମାଗଣା ଓ୍ବାଇ ଫାଇ

ଭୁବନେଶ୍ୱର :  ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟର ସବୁ କଲେଜ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ଓ୍ବାଇଫାଇ ଓ ଓ୍ବାନ ଜିବି ଡାଟା। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ। ମାଗଣା ଓ୍ବାନ ଜିବି ଡାଟା ଯୋଗାଇବା ପାଇଁ ଇଲୋକ୍ଟ୍ରୋନିକ୍ସ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ କାର୍ଯ୍ୟ କରିବ। ସେହିପରି ପଛୁଆ ବ୍ଲକରେ ବିଜ୍ଞାନ ଡିଗ୍ରୀ କଲେଜ ପ୍ରତିଷ୍ଠା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଉଚ୍ଚଶିକ୍ଷା ବିଭାଗର ରିପୋର୍ଟ କାର୍ଡ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ ପରେ ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସବୁ କଲେଜରେ ଅନ୍ତର୍ଜାତୀୟ ୟୁଥ ଫେଷ୍ଟିଭାଲ କରାଯିବ। ସେହିପରି ଉତ୍କଳ ବିଶ୍ଵବିଦ୍ୟାଳୟର ନାକ୍ ଗ୍ରେଡ୍ Aପ୍ଲସରୁ Aକୁ ଖସିବା ନେଇ ନାକ୍ ନିକଟରେ ଆପତ୍ତି ଦାଖଲ କରାଯାଇଛି। ସେମାନେ ଏହାକୁ ବିଚାର କରିବେ। କେଉଁ କେଉଁ କ୍ଷେତ୍ରରେ ମାର୍କିଂ କମିଲା, ସେ ଦିଗରେ ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଆପତ୍ତି ଉଠାଇଥିବା ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ କହିଛନ୍ତି।