ଭୁବନେଶ୍ୱର: ଚଳିତ ମାସ ୩୦ ସୁଦ୍ଧା ପିଲାଙ୍କୁ ମିଳିବ ୟୁନିଫର୍ମ ।ଚଳିତ ଶିକ୍ଷାବର୍ଷରେ ସ୍କୁଲ ଛାତ୍ର ଛାତ୍ରୀଙ୍କ ପାଇଁ ଘେସଣା କରା ଯାଇଛି ଗାଇଡ ଲାଇନ । ଚଳିତ ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନା’ ଆରମ୍ଭ ହେବାକୁ ଯାଉଛି । ଏହି ଯୋଜନା ମାଧ୍ୟମରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ ଯୋଗାଇ ଦିଆଯିବ । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଏଥିରେ ସାମିଲ କରାଯିବ ।
ଏଥିସହିତ ଚଳିତ ବର୍ଷଠାରୁ ଗଙ୍ଗାଧର ମେହେର ଶିକ୍ଷା ମାନକ ବୃଦ୍ଧି ଯୋଜନାରେ ଛାତ୍ରଛାତ୍ରୀଙ୍କ ସାଇକେଲ ଆବଣ୍ଟନ ଅର୍ଥରାଶି ମଧ୍ୟ ବୃଦ୍ଧି କରାଯାଇଛି । ପୂର୍ବରୁ ସାଇକେଲ ବାବଦକୁ ଛାତ୍ରଛାତ୍ରୀଙ୍କୁ ୨୬୦୦ ଟଙ୍କା ମିଳୁଥିବା ବେଳେ ଏବେ ୩୫୦୦ ଟଙ୍କା ଦିଆଯିବ । ୨୦୨୩ ସୁଦ୍ଧା ସମସ୍ତ ସ୍କୁଲରେ ଆଇଟି ଲ୍ୟାବ ପ୍ରତିଷ୍ଠା କରାଯିବ । ଦ୍ୱିତୀୟରୁ ଦଶମ ଶ୍ରେଣୀ ପିଲାଙ୍କୁ ନୋଟ୍ ବୁକ୍ ପ୍ରଦାନ କରାଯିବ । ରାଜ୍ୟରେ ୧୦୬ଟି ନୂଆ ହାଇସ୍କୁଲ ଖୋଲାଯିବା ସହିତ ଯୁକ୍ତ ଦୁଇ ସିଟ୍ ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ । ଖୁବଶୀଘ୍ର ପ୍ରାଥମିକ ସ୍କୁଲ ପିଲାଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ କରାଯିବ ।

ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ଜଣପିଛା ୫୦୦ଶହ ଟଙ୍କା ମୂଲ୍ୟରେ ୨ ହଳ ବିଦ୍ୟାଳୟ ପୋଷାକ ଏବଂ ୨୦୦ଶହ ଟଙ୍କା ମୂଲ୍ୟରେ ୧ ହଳ ଜୋତା ଓ ୨ ହଳ ମୋଜା ପ୍ରଦାନ କରାଯିବ । ସେହିପରି ୧୨୫ଟଙ୍କା ମୂଲ୍ୟରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କା ମୂଲ୍ୟରେ ଗୋଟିଏ ଟ୍ରାକ ପ୍ୟାଣ୍ଟ ଏବଂ ୩୦ ଟଙ୍କା ମୂଲ୍ୟରେ ଗୋଟିଏ ଟୋପି ଓ ୨୦ ଟଙ୍କା ମୂଲ୍ୟରେ ଗୋଟିଏ ପରିଚୟ ପତ୍ର ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରାଯିବ ।