ଭୁବନେଶ୍ୱର: ବାଲେଶ୍ୱରର ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାକୁ ନେଇ ଆଜି ସାରା ରାଜ୍ୟରେ ପାଳନ ହେବ ଦିନିକିଆ ଶୋକ ଦିବସ । ଶୋକ ପାଳନ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟପଟେ ଦୁର୍ଘଟଣାରେ ବଢ଼ିବାରେ ଲାଗିଛି ମୃତ୍ୟୁସଂଖ୍ୟା। ବର୍ତ୍ତମାନ ସୁଦ୍ଧା ୨୮୮ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେହିପରି ୯୦୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ତେବେ ଆଗକୁ ଏହି ସଂଖ୍ୟା ଆହୁରି ବଢ଼ିବ ବୋଲି କୁହାଯାଉଛି ।