ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଲାଗି ଚଳଚଞ୍ଚଳ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଦେବସ୍ନାନ ପୂର୍ଣ୍ଣିମା ଆଜି ସମ୍ପୂର୍ଣ୍ଣ ନୀତିବିଧି ସହକାରେ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀଜିଉ। ଶ୍ରୀବଳଭଦ୍ର ୩୩ ଗଡ଼ୁ, ସୁଭଦ୍ରା ୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିଛନ୍ତି। ଏହାପରେ ଛେରାପହଁରା ନୀତି ସମ୍ପନ୍ନ ହେବା । ପରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ହାତୀବେଶ ଅନୁଷ୍ଠିତ ହେବ।