ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ୨୭୬ ଟି ହଷ୍ଟେଲର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି। ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷାରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ନବୀନ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଯୋଗଦାନ କରିଥିବା ନୂଆ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯିବ । ଅପରାହ୍ନ ୫ଟାରେ ଲୋକସେବା ଭବନ କନଭେନସନ ସେଣ୍ଟରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।