ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ଓଡିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ନୂଆପଡକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଠାରୁ ରାଜ୍ୟରେ କମି ପାରେ ବର୍ଷାର ପ୍ରଭାବ । ଆସନ୍ତା କାଲିପାଇଁ ୩ ଜିଲ୍ଲାକୁ ୟୋଲୋ ଆଲଟ କରାଯାଇଛି । ଗତ ୨୪ ଘଣ୍ଟାରେ ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଉତ୍ତର ଓ ଉପକୂଳ ଓଡିଶାରେ ଏବେବି ଜାରି ରହିଛି ବର୍ଷା । ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ୮.୬ ମିଲିମିଟର ତୁଳନାରେ ୨୬୯ ପ୍ରତିଶତ ଅଧିକ ରହିଛି ।