ଭୁବନେଶ୍ୱର: ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜିଠୁ ବଢିବ ବର୍ଷା । ରାଜ୍ୟରେ ପ୍ରବଳ ବର୍ଷା ପାଇଁ ୧୭ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖେର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତା କାଲି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ପ୍ରର୍ବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବା ନେଇ ଆକଳନ କରାଯାଇଛି।