ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ

ଭୁବନେଶ୍ୱର; ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଉପାନ୍ତରୁ ଉପକୂଳ ଜାରି ରହିଛି ବର୍ଷା। ଆସନ୍ତା ୧୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୮ ଓ ୯ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୧୦ରୁ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ହୋଇପାରେ ।