ପୁରୀ: ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାବେଳେ ସେବାୟତ ବେଶରେ ରଥ ଉପରକୁ ଚଢିଛନ୍ତି ଅଣସେବାୟତ । ରଥ ଉପରେ ରିଲ ତିଆରି କରି ସେସିଆଲ ମିଡିଆରେ ଛାଡିଛନ୍ତି ଜଣେ ଅଣସେବାୟତ । ଏହାର ରିଲ୍ ଏବଂ କିଛି ଫଟୋ ଭାଇରାଲ ହୋଇଛି । ସେମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ଛୁଇଁବା ସହ ତାଙ୍କ ନିକଟରେ ବସି ଫଟୋ ଉଠାଇଛନ୍ତି । କେବଳ ସେତିକି ନୁହେଁ ସେହି ଫଟୋକୁ ସେମାନେ ସୋସିଆଲ ମିଡିଆରେ ବି ଅପଲୋଡ କରିଛନ୍ତି । ଯାହାକୁ ନେଇ ଏବେ ବିବାଦ ଦେଖାଦେଇଛି ।
ରଥ ଉପରକୁ କିଭଳି ଗଲେ ଆଉ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ଥିବା ଅଧିକାରୀ କଣ ସୁରକ୍ଷା ରକ୍ଷା କରୁଥିଲେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କି ସେବାୟତ ମାନଙ୍କ ପକ୍ଷରୁ ଏ ପର୍ୟ୍ୟନ୍ତ ଥାନାରେ କୌଣସି ଅଭିଯୋଗ ଦିଆଯାଇନଥିବା ବେଳେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି ହୋଇଛି ।