ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି । ରାଜ୍ୟ କ୍ୟାବିନେଟର ୯ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଆରମ୍ଭ ହେଲା ପଞ୍ଚାୟତିରାଜ ବିଭାଗର ନୂଆ ଯୋଜନା ଆମ ଆମ ଓଡିଶା, ନବୀନ ଓଡ଼ିଶା । ଏହି ପ୍ରସ୍ତାବରେ କ୍ୟାବିନେଟରେ ମୋର ଲାଗିଛି । ପଞ୍ଚାୟକୁ ମିଳିବ ସ୍ୱତନ୍ତ୍ର ଅନୁଦାନ ।ଯୋଜନା କାର୍ୟ୍ୟକାରିତା ପାଇଁ ଗାଇଡଲାଇନକୁ ମଂଜୁରୀ ମିଳିଛି ।
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ମାଗଣା ଜମି ପ୍ରଦାନକୁ ଅନୁମୋଦନ ମିଳିଛି । ବିଶ୍ୱବିଦ୍ୟାଳୟକୁ ମିଳିବ ମିଳିବ ୮.୯୬୩ ଏକର ଜମି । ଲମତାପୁଟ ଡିଗ୍ରୀ କଲେଜକୁ ମିଳିବ ୫ଏକର ଜମି । ଏଥିପାଇଁ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ସେହିପରି ସମ୍ବିଧାନର ଅଷ୍ଟମ ପରିଚ୍ଛେଦକୁ କୁଇ ଭାଷାକୁ ସାମିଲ ପାଇଁ ପ୍ରସ୍ତାବକୁ ମୋହର ମାରିଛି । ସେହିପରି ଅଷ୍ଟମ ଅନୁଚ୍ଛେଦରେ କୁଇ ଭାଷାକୁ ସାମିଲ କରିବା ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଏଥିପାଇଁ କେନ୍ଦ୍ରକୁ ଚିଠି ଲେଖିବ ରାଜ୍ୟ ।