ରାଜ୍ୟ ସରକାରଙ୍କୁ ପୁଣି ଅପରାଜିତା ଷଡ଼ଙ୍ଗୀଙ୍କ ଟାର୍ଗେଟ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କୁ ପୁଣି ଅପରାଜିତା ଷଡ଼ଙ୍ଗୀଙ୍କ ଟାର୍ଗେଟ | ଓଡ଼ିଶାରେ ଶାସନ ବ୍ୟବସ୍ଥା ଏବେ ହାସ୍ୟାସ୍ପଦ ହୋଇସାରିଛି ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ | ଏଥିସହ ସେ ଏକ ଭିଡିଓ ସହ ବିଜେଡି ସାଂଗଠନିକ ସମ୍ପାଦକଙ୍କ ସହ ଫାଇଭ ଟି ସଚିବଙ୍କ ଫଟୋ ଟ୍ୱିଟରରେ ସେୟାର କରିଛନ୍ତି ।

ଅପରାଜିତା କହିଛନ୍ତି, ବିଜୁ ଜନତା ଦଳର ବୈଠକରେ ସରକାରୀ କର୍ମଚାରୀ ଭାଷଣ ଦେଉଛନ୍ତି। ଭିଡିଓରେ ଏସଏଚଜି ମହିଳା ଶପଥ ନେଉଥିବାର ଦେଖିବାକୁ ମିିଳିଛି। ଆଉ ଉପସ୍ଥିତ ଅଛନ୍ତି ବିଜେଡି ବିଧାୟକ। ଏସଏଚଜି ମାଷ୍ଟର ବୁକ କିଭଳି ବିଜେଡି ବିଧାୟକଙ୍କ ନିର୍ଦ୍ଦେଶ ମାନିବାକୁ ଶପଥ ନେଉଛନ୍ତି। ଏସଏଚଜି ଗୋଷ୍ଠୀ ସରକାରଙ୍କ ଦ୍ୱାରା ପରିଚାଳିତ ହେଉଛି। ଏପରି ସ୍ଥିତିରେ ସରକାରୀ ଦରମା ନେଉଥିଲା ବେଳେ କିଭଳି ବିଜେଡି ବିଧାୟକଙ୍କ ଶପଥ ନେଉଛନ୍ତି। ଏଣୁ ଆମ ରାଜ୍ୟ ସରକାରଙ୍କୁ ନେଇ ଲଜ୍ଜା ଲାଗୁଛି ବୋଲି କହିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ