ମୌସୁମୀ ଋତୁ ଆସିଥିଲେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦେଖା ନାହିଁ ବର୍ଷା । ଉତ୍କଟ ସ୍ଥିତିରେ ମୌସୁମୀ ବର୍ଷା । ମୌସୁମୀ ଋତୁ ଆସିଥିଲେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ହେଉଛି । ଏ ସପ୍ତାହରେ ମଧ୍ୟ ବଡ ବର୍ଷା ନଥିବା କୁହାଯାଉଛି । ଓଡିଶା ଉପକୂଳକୁ ଆସୁଥିବା ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ବର୍ଷା କରାଇବାରେ ସକ୍ଷମ ହେଉହାହିଁ । ତେଣୁ ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନଥିବା କହିଛି ଅଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ଆନ୍ଧ୍ର ଉପକୂଳରେ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ନବରଙ୍ଗପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଜି ଉତ୍ତର ଓଡ଼ିଶାର ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।