ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୁର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ । ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ କେନ୍ଦ୍ର କୁହାଯାଇଛି । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ଏହା ପ୍ରଭାବରେ ୨୦-୨୨ ତାରିଖ ମଧ୍ୟରେ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବାର ସଂଭାବନା ରହିଛି ।
ଲଘୁଚାପ ଯୋଗୁଁ ମୌସୁମୀ ଶକ୍ତିଶାଳୀ ହେବ । ସମୁଦ୍ର ମଧ୍ୟ ଅସାନ୍ତ ରହିବ । ଏଥିପାଇଁ ୨୦ରୁ ୨୨ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି। ଓଡ଼ିଶା ଉପକୂଳ ତଥା ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି ସମୟରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦କିମି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୨୦ରୁ ୩ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।