କଟକ: ପ୍ରକାଶ ପାଇଲା ଓଡିଶା ସିଭିଲ ସର୍ଭିସ ରେଜଲ୍ଟ । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓସିଏସ)-୨୦୨୧ର ଫଳ ପ୍ରକାଶ ପାଇଛି। ଚଳିତ ଥର ୧୬୪ ମହିଳାଙ୍କ ସମେତ ୪୩୨ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏଥିରେ ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଛନ୍ତି। ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ , ପ୍ରଣବ ରଂଜନ ସାହୁ ତୃତୀୟ ସ୍ଥାନରେ ରହିଛନ୍ତି।
ଓଡ଼ିଶା ପ୍ରଶାସନିକ ସେବା(ଓସିଏସ)-୨୦୨୧ର ଫଳ ପ୍ରକାଶ ପାଇବା ପରେ ଟପ୍ ୧୦ ଜଣଙ୍କ ମଧ୍ୟ ଏଥର ୫ ଜଣ ପୁଅ ଓ ୫ ଜଣ ଝିଅ ଅଛନ୍ତି। ସେହିପରି ଚତୁର୍ଥ ସ୍ଥାନରେ ବୈଶାଖୀ ଲେଙ୍କା, ପଞ୍ଚମ ସ୍ଥାନରେ ଶ୍ୱେତଲିନା ମାହାନା, ଷଷ୍ଠ ସ୍ଥାନରେ ଅଛନ୍ତି ଅଗ୍ନିଜା ଶିବଦତ୍ତା ରହିଛନ୍ତି । ଅନ୍ୟପଟେ ସପ୍ତମ ସ୍ଥାନରେ ସନ୍ତୋଷ କୁମାର ପାତ୍ର ଥିବାବେଳେ ଅଷ୍ଟମ, ନବମ ଓ ଦଶମ ସ୍ଥାନରେ ଅଛନ୍ତି ଯଥାକ୍ରମେ ମୀମାଂସା ସାହୁ,ବିନ୍ଦୁ ବଳୟ ରାଉତରାୟ, ସୌମ୍ୟରଂଜନ ମହାପାତ୍ର ରହିଛନ୍ତି ।