ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାରେ ସ୍କୁଲ ଛୁଟି ;ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ

ଭୁବନେରଶ୍ୱର; ଲଗାଣ ବର୍ଷା ଯୋଗୁଁ ବେହାଲ ହେଲାଣି ଅନେକ ଜିଲ୍ଲା । ଏହାସହିତ ଯାତାୟତ ବାଧାପ୍ରାପ୍ତ ମଧ୍ୟ ହୋଇଥିବା ଦେଖିବାକୁ ମିଳିଛି । ଏହି ବର୍ଷାକୁ ପାଣିପ୍ଧଜ୍ଞ ବିଭାଗ ସତର୍କତା ଜାରି କରିଥିବା ବେଳେ ୧୦ ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ବଲାଙ୍ଗୀର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, ନୟାଗଡ଼ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝରରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ।