ପାରଳାଖେମୁଣ୍ଡି ପୌର ପରିଷଦରେ ନିଖିଳ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇ ଯାଇଛି

ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ କାର୍ୟ୍ୟାଳୟରେ ସ୍ୱାୟତ୍ତ ଶାସନ ଦିବସ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି। ଏହି ଅବସରରେ ପାରଳା ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ କାର୍ୟ୍ୟାଳୟ ଠାରେ ପତାକା ଉତ୍ତୋଳନ କରିବା ସହ ସହରବାସୀଙ୍କୁ ପରିବେଶ ସ୍ୱଚ୍ଛ ଓ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ସଚେତନ କରିଥିଲେ ।ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛକ ନିକଟରେ ପୌର ପରିଷଦ ପକ୍ଷରୁ ଏକ ଭେଣ୍ଡିଂ ଜୋନକୁ ବ୍ରହ୍ମ ପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଉଦଘାଟନ କରିଥିଲେ। ଏହା ପରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ସ୍ଵଂୟ ସହାୟକ ଗୋଷ୍ଠୀଙ୍କୁ ମୁକ୍ତା ଯୋଜନାର ବିଭିନ୍ନ ଉନ୍ନୟନ ମୂଳକ କାର୍ୟ୍ୟର କାର୍ୟ୍ୟାଦେଶ ମୁଖ୍ୟଅତିଥି ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁଙ୍କ ଦ୍ଵାରା ବଣ୍ଟନ କରାଯାଇଥିଲା ।ସ୍ୱାୟତ୍ତ ଶାସନ ଦିବସ ଅବସରରେ ସନ୍ଧ୍ୟାରେ ବିଜୁ କଲ୍ୟାଣ ମଣ୍ଡପ ଠାରେ ଏକ ସାଂସ୍କୃତିକ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ପାରଳା ପୌରପରିଷଦ କାର୍ୟ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ, ଗଜପତି ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ, ଗଜପତି ଆରକ୍ଷୀ ଅଧିକ୍ଷକ ଏସ. ସ୍ଵାତୀ କୁମାରଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ , ପୌରପରିଷଦର ସମସ୍ତ କର୍ମଚାରି ଓ ସମସ୍ତ କାଉସିଲର ଯୋଗଦାନ କରିଥିଲେ ।