ପାଣିପାଗ: ରାଜ୍ୟରେ ପ୍ରବଳ ବର୍ଷା । ବିଶେଷ ଭାବରେ ଭୁବନେଶ୍ୱର ଓ କଟକରେ ପ୍ରବଳ ମାତ୍ରାରେ ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ବିଜୁଳିର ପ୍ରଭାବ ଦେଖିବାକୁ ମିଳିଛି । ଅନେକ ସ୍ଥାନରେ ପାଣି ଜମିଥିବା ଦେଖିବାକୁ ମିଳିଛି । ସ୍ଥାନେ ସ୍ଥାନେ ଜଳବନ୍ଧୀର ସମସ୍ୟ ମଧ୍ୟ ସୃଷ୍ଟି ହୋଇଛି । ତେବେ ଏନେଇ ଟ୍ୱିନ୍ ସିଟିକୁ ୨ଘଣ୍ଟା ପାଇଁ ଆଲର୍ଟ ଜାରି କରିଥିଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହା ସହ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ତେବେ ଆସନ୍ତା ୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ। ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।