ସାଂସଦ ମାନସ ମଙ୍ଗରାଜ ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ

ଭୁବନେଶ୍ବର : ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ ଦେଇଛି ବିଜୁ ଜନତା ଦଳ। ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହୋଇଛନ୍ତି ସାଂସଦ ମାନସ ମଙ୍ଗରାଜ। ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ପ୍ରେସ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ପୂର୍ବରୁ ବିଜେଡି ସୁପ୍ରିମୋ ତାଙ୍କୁ ଯେଉଁ ଦାୟିତ୍ବ ଦେଇଛନ୍ତି ତାକୁ ସେ ସୂଚାରୁ ରୂପେ ତୁଲାଇଛନ୍ତି । ଏବେ ନୂଆ ଦାୟିତ୍ବ ଦେଇଥିବାବେଳେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ।