ପୁରୀ: ଶ୍ରୀମନ୍ଦିରରେ ଆସନ୍ତା କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏନେଇ ୪ଘଣ୍ଟା ବନ୍ଦ ରହିର ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଗୁପ୍ତ ନୀତି ହେବ । ଏନେଇ ଅପରାହ୍ନ ୫ଘଟିକାରୁ ରାତ୍ର ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ତେଣୁ ଏହି ସମୟରେ ଭକ୍ତ ମାନଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଉପରେ କଟକଣା ଲାଗିବ ।
ସୂଚନାନୁଯାୟୀ , ଏହି ନୀତି ପାଇଁ ଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।