ମହାପ୍ରଭୁଙ୍କ ବନକଲାଗି ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଦିନ ଭୋଗମଣ୍ଡପ ପରେ ଏହି ନୀତି ବଢିଥାଏ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଦତ୍ତମହାପାତ୍ରମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କୁ ଶ୍ରୀମୁଖ ସିଂହାର କରିବେ । ବନକଲାଗି ନୀତି ଲାଗି ଅପରାହ୍ଣ ୫ଟାରୁ ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଭୂମିକା ରହିଥାଏ । ବନକଲାଗି ପରେ ମହାସ୍ନାନ ହୋଇ ଦର୍ଶନ ସ୍ୱାଭାବିକ ଚାଲିବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।