ଗଜପତି (ବିବେକାନନ୍ଦ ବେହେରା) : ଗଣ୍ଡାହାତୀ ନିକଟସ୍ଥ ସନ୍ତୋଷପୁର ଗ୍ରାମ ନିକଟରେ ଏକ ବନ୍ୟଜନ୍ତୁ ଘୋଷାରି ନେଇ ମାରି ଖାଇଥିବାର ଦେଖାଯାଇଥିଲା । ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମହେନ୍ଦ୍ର ଵନାଞ୍ଚଳର ବନକର୍ମଚାରୀ ଏବଂ ପାରଳାଖେମୁଣ୍ଡି ଵନଖଣ୍ଡର ACF ଅଶୋକ କୁମାର ଵେହେରା ଘଟଣା ସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଥିଲା । ସେଠାରେ ଏକ ଵାଘର ପାଦଚିହ୍ନ ଠାଵ କରିଥିଲେ । ପାଦଚିହ୍ନ ଗୁଡ଼ିକର ପ୍ଲାଷ୍ଟର ପେରିସ୍ ମାଧ୍ୟମରେ ଟ୍ରାକିଙ୍ଗ କରାଯାଇଥିଲା। ସେହିଦିନ ଵାଘର ଅବସ୍ଥିତି ଜାଣିବା ପାଇଁ ସେହି ଆଖପାଖ ଅଞ୍ଚଳରେ ପାଞ୍ଚଗୋଟି ଟ୍ରାପ କ୍ୟାମେରା ଲଗାଯାଇଥିଲା । ସକାଳୁ ଗୋଟିଏ କ୍ୟାମେରାରେ ଏକ ମହାବଳ ଵାଘର ଅବସ୍ଥିତି ଜଣାପଡିଛି। ଏଥିଯୋଗୁଁ ଉକ୍ତ ଅଞ୍ଚଳର ଆଖପାଖ ସମସ୍ତ ଗ୍ରାମବାସୀ ମାନଙ୍କୁ ବାଘ ବୁଲୁଥିବାର ସତର୍କ ସୂଚନା ଦିଆଯାଇଛି।ଗାଈ, ଗୋରୁ, ଛେଳି, ମେଣ୍ଢା ଇତ୍ୟାଦି ଗୃହପାଳିତ ପଶୁ ଗୁଡିକ ନିଜ ନିଜର ଗୁହାଳ ମଧ୍ୟରେ ବାନ୍ଧି ରଖିବାକୁ ଏବଂ ରାତ୍ର ସମୟରେ ବାହାରେ ନ ବୁଲିବାକୁ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ସୂଚନା ଦିଆଯାଇଛି।