ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଜରରେ ସୁଦୃଶ୍ୟ ଲଘୁଚାପ ଯେତ୍ର ସୃଷ୍ଟି ହୋଇଛି । ଯୋହା ଏବେ ଅବପାତର ରୂପ ନେଇଛି । ଏହା ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ନେଇ ସୂଚନା ଦେଇଛି ଅଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ୧୬ ତାରିଖରେ ଆନ୍ଦ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ଥିବା ବେଳେ ୧୭ ତାରିଖ ବେଳକୁ ଓଡିଶା ଉପକୂଳ ମୁହାଁ ହେବା ନେଇ ଆକଳନ କରାଯାଉଛି । ଅପପାତ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ।
୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ୧୭ରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଅନୁମାନ କରାଯାଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।