ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବଦର ଅନୁମତି, ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତିକ

ଭୁବନେଶ୍ବର : ପୁଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ଅନୁମତି ମିଳିଛି। ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲଙ୍କୁ ଅବସର ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ସୁନୀଲ ବଂଶଲ ଅବସର ନେବାକୁ ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ ୨୦୨୧ ଡିସେମ୍ବରରେ ଓଡ଼ିଶାର ପୁଲିସ ଡିଜି ଭାବେ ଦାୟିତ୍ବ ନେଇଥିଲେ ୧୯୮୭ ବ୍ୟାଚର ଆଇପିଏସ ଅଫିସର ସୁନୀଲ କୁମାର ବଂଶଲ। ୧୯୮୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡରର ଆଇପିଏସ୍ ଅଫିସର ୧୯୮୮ରେ ପ୍ରଥମେ ଢେଙ୍କାନାଳର ଅତିରିକ୍ତ ଏସପି ହୋଇଥିଲେ ।ଏହାପରେ ମୟୂରଭଂଜ ଏସପି ଭାବେ କାର୍ଯ୍ୟ କରିଥିଲେ ସୁନୀଲ ବଂଶଲ। ୧୯୯୪ରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ଦୀର୍ଘ ୨୭ ବର୍ଷ ପରେ ୨୦୨୧ରେ ଓଡିଶା ଫେରିବା ସହିତ ପୁଲିସ ବିଭାଗର ସବୁଠାରୁ ବଡ ପଦବୀ ଗ୍ରହଣ କରିଥିଲେ।