ଭୁବନେଶ୍ବର :ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।